ଭୁବନେଶ୍ବର: ବିଜେପି ସରକାରକୁ ଆସିଲେ ମିଶନଶକ୍ତି ବନ୍ଦ କରିବ। ନିର୍ବାଚନ ଇସ୍ତାହାର ରେ ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେପି ଘୋଷଣା କରିଛି। ମିଶନଶକ୍ତି କୁ ବନ୍ଦ କରିବାକୁ ବିଜେପି ଷଡଯନ୍ତ୍ର କରୁଛି ବୋଲି ଭି.କେ ପାଣ୍ଡିଆନ୍ ଅଭିଯୋଗ କରିଛନ୍ତି। ୯ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କରି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ପ୍ରବଳ ବର୍ଷି କହିଛନ୍ତି ଯେ, ସୁଭଦ୍ରା ଯୋଜନାରେ ମହିଳାମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଭାଉଚର ଦିଆଯିବ ବୋଲି ବିଜେପି ଘୋଷଣା କରିଛି। କିନ୍ତୁ ଯଦି ୫୦ ହଜାର ଟଙ୍କା ଦିଆଯାଏ, ତେବେ ରାଜ୍ୟରେ ୧ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ। କିନ୍ତୁ ଓଡ଼ିଶାରେ ବିକାଶମୂଳକ ବାବଦରେ ସ୍କିମ ୨୫ ହଜାର କୋଟି ଟଙ୍କା ବଜେଟ ରହିଛି।
ସେହିପରି BSKY ବନ୍ଦ କରି ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ଆୟୁଷ୍ମାନ ଭାରତ ଯୋଜନାରେ କେବଳ ବିପିଏଲ ପରିବାର ଉପକୃତ ହେବେ କିନ୍ତୁ BSKY ଯୋଜନାରେ ରାଜ୍ୟର ୯୦ ପ୍ରତିଶତ ଲୋକ ସୁବିଧା ପାଉଛନ୍ତି। ଆଗାମୀ ଦିନରେ BSKY ନବୀନ କାର୍ଡରେ ସମସ୍ତଙ୍କୁ ସାମିଲ କରାଯିବ। ଯୁବ କ୍ଷେତ୍ରକୁ ଗୁରୁତ୍ଵ ଦେଇ ନବୀନ ସରକାର 5T ସ୍କୁଲ , 5T କଲେଜ, ଯୁବ ବଜେଟ ବ୍ୟବସ୍ଥା କରିଛନ୍ତି। ୯୮ ପ୍ରତିଶତ ପିଲାଙ୍କ ପାଇଁ ନୂଆ ଓ ଛାତ୍ର ବୃତ୍ତି ଯୋଜନା ଆରମ୍ଭ ହୋଇଛି। ଯୁବକଙ୍କ ପାଇଁ ବିଜେପି ଇସ୍ତାହାରରେ କିଛି ନଥିବା ବେଳେ ଏହାକୁ ବନ୍ଦ କରିବାକୁ ବିଜେପି ଯୋଜନା କରୁଛି ।
ଆଦିବାସୀଙ୍କ ପରିଚୟ ପାଇଁ ନବୀନ ସରକାର SDC ଗଠନ କରିଛନ୍ତି। ଡବଲ ଇଞ୍ଜିନ ଚାଲିଥିବା ରାଜ୍ୟରେ ଅଧିକ ଆଦିବାସୀ ଥାଇ ବି SDC ଗଠନ କରାଯାଇ ନାହିଁ। ବିଜେପି ସରକାରକୁ ଆସିଲେ ଏହାକୁ ବନ୍ଦ କରିବ। ଡବଲ ଇଞ୍ଜିନ ସରକାର ଥିବା ରାଜ୍ୟରେ ଶାନ୍ତି ନାହିଁ। ଓଡ଼ିଶାରେ ଶାନ୍ତି ଅଛି। ଓଡ଼ିଶାରେ ଦାଦା ବଟି ନାହିଁ। କିନ୍ତୁ ବିଜେଡିରୁ ବିଦା ହୋଇଥିବା ଅନେକ ଅପରାଧିକ କାର୍ଯ୍ୟରେ ଲିପ୍ତ ଥିବା ବ୍ୟକ୍ତିଙ୍କୁ ବିଜେପି ନିଜ ଦଳରେ ସାମିଲ କରିଛି।
ବିଜେଡ଼ିର ମାଗଣା ବିଦ୍ୟୁତ୍ ଘୋଷଣା ପରେ ବିଜେପିକୁ କରେଣ୍ଟ ଲାଗିଛି । ବିଜେପି ସୋଲାର ବ୍ୟବସ୍ଥାରେ ବିଦ୍ୟୁତ୍ ଯୋଗାଇବା କଥା କହୁଛି। ରନ୍ଧନ ଗ୍ୟାସ ମାଗଣାରେ ଯୋଗାଇବା କଥା କହି ବାରମ୍ବାର ଦର ବଢାଇ ଚାଲିଛି। LPG ଗ୍ୟାସ ପରି ବିଜେପିର ସୋଲାର ବିଦ୍ୟୁତ୍ ଘୋଷଣା ଏକ ଭେଳିକି ସମାନ। ଚାଷୀଙ୍କ ପାଇଁ ୩୧୦୦ ଟଙ୍କା MSP ବଡ ଜୁମଲା। MSP ବୃଦ୍ଧି କେନ୍ଦ୍ର ବିଚାରାଧୀନ ହୋଇଥିଲେ ବି ୧୦ ବର୍ଷ ଧରି ଚାଷୀଙ୍କ କଥା ଚିନ୍ତା କରିନଥିଲା ବିଜେପି। ଏବେ ନିର୍ବାଚନ ପାଇଁ ଚାଷୀଙ୍କ କଥା ମନେ ପଡୁଛି। ଓଡିଶା ବାସୀ ଜାଣିଛନ୍ତି ଓଡିଶାରେ ବିଜେପିର ସ୍ଥିତି କିଛି ନାହିଁ। ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବିଜେଡି ବହୁ ମତ ପାଇ ସାରିଛି।
ଅମିତ ଶାହା ଓଡିଶା ଗସ୍ତ ଉପରେ ପ୍ରତିକ୍ରିୟା ରଖି କାର୍ତ୍ତିର ପାଣ୍ଡିଆନ କହିଛନ୍ତି, ଓଡ଼ିଶାକୁ ବହୁତ ନେତା ମାନେ ଆସୁଛନ୍ତି , ଭଲ କଥା। ଓଡିଶାକୁ ଆସିବା ସ୍ଵାଗତ। ହେଲେ ଓଡିଶା ଆସି ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରୁଛନ୍ତି। ଏହାର ଜବାବ ଆଗାମୀ ଦିନରେ ଓଡ଼ିଶାବାସୀ ଦେବେ। ମତେ ଗାଳି କି ଆକ୍ରମଣ କଲେ କିଛି ପ୍ରଭାବ ପଡ଼ିବ ନାହିଁ। ମୁଁ ବହୁତ ଖୁସୀ ଅଛି। ମୋତେ ଯଦି ଗାଳି ଦେଲେ ତାହାର ଜବାବ ଓଡ଼ିଶାବାସୀ ଦେବେ। ଓଡିଶାର ସବୁ ଯୋଜନା ୫ଟିରେ ହେଉଛି, ସେମାନେ ଏଇଟା ଜାଣିଛନ୍ତି। ମତେ ଗାଳି ଦେଲେ ଲୋକ ବୁଝିବେ।
୨୦୧୯ ପରଠୁ ଓଡିଶାରେ ବହୁତ ଭଲ କାମ କରାଯାଇଛି। ୫ଟି ଘୋଷଣା ପରେ ସବୁ କାମ ଭଲ ହୋଇଛି । କୋଭିଡ ବେଳେ ଓଡିଶାବାସୀ ମାଗଣା ଚିକିତ୍ସା ପାଇଛନ୍ତି। ଏହାସହ ଅନେକ ଯୋଜନା ଲୋକଙ୍କ ହୃଦୟକୁ ଛୁଇଁଛି। ଏବେ ସବୁ କିଛି ସବୁ ରୂପାନ୍ତରିକରଣ ହେଉଛି, ସ୍କୁଲ, କଲେଜଠୁ ଆରମ୍ଭ କରି ମନ୍ଦିର ପର୍ୟ୍ୟନ୍ତ। ମୋ ସରକାର ଲାଗୁ ହେବା ପରେ ସବୁ ଅଫିସ ବିଷୟରେ ଆପଣ ଲୋକଙ୍କଠୁ ମତାମତ ନେଲେ ସେମାନେ କହିବେ। ୫ଟି ଓ ମୋ ସରକାର ଦ୍ୱାରା କିପରି ଉପକୃତ ହେଉଛନ୍ତି। ବିଜେଡ଼ି ଲୋକଙ୍କର ସରକାର ବୋଲି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି।